(ରିପୋଟରସ୍ର ଟୁଡ଼େ / ମୃତ୍ୟୁଞ୍ଜୟ ଭୋଇ ) : ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ନୂଆ ବସଷ୍ଟାଣ୍ଡ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।
ସୂଚନାନୁଯାୟୀ, ୨ଛାତ୍ର ମର୍ଣ୍ଣିଓ୍ୱାର୍କ କରୁଥିବା ସମୟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା । ତେବେ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଭଦ୍ରକ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ବ୍ୟବଛେଦ ପାଇଁ ଭଦ୍ରକ ମେଡ଼ିକାଲକୁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।