କନ୍ଧମାଳକୁ ଛୁଇଁଲା କୋରୋନା

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୪୮ କୋରୋନା ପଜେଟିଭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ୮୭୬ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଏହି ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କୋରୋନା ଆକ୍ରାନ୍ତ କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଛି । ଯାହାକି କନ୍ଧମାଳ ଜିଲ୍ଲାକୁ ପ୍ରଥମ କୋରୋନା ପହଞ୍ଚିଛି । ଏହା ସହ ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୨୩ ଟି ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କୋରୋନା ବ୍ୟାପିଥିବା ସୂଚନା ମିଳିଛି । ସୁଚନାଯୋଗ୍ୟ ଯେ, ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେବି ବିଭିନ୍ନ ହସ୍ପିଟାଲରେ ୬୫୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ।