(ରିପୋର୍ଟରସ୍ ଟୁଡେ) ଭୁବନେଶ୍ୱର: ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବା ବେଳେ ଆଉ ୩ଟି ପର୍ଯ୍ୟାୟ ରାଜ୍ୟରେ ବାକି ରହିଛି । ସେହି ସବୁ ସ୍ଥାନରେ ପ୍ରଚାର ଜୋରସୋରରେ ଚାଲିଛି । ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହରାଜପୁର ସୋନପୁର ରାସ୍ତାର ପାଣ୍ଡିଆପଲି ଠାରେ ବଜେପି ପାଇଁ ପ୍ରଚାର କରୁଥିବା ଏକ ବୁଲେରୋ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରସାମ୍ୟ ହରାଇ ବଲୋରୋଟି ରାସ୍ତା କଡକୁ ଓଲୋଟି ଯାଇଛି । ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଅଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା ଉଷା କୁମାରୀ। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।