ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

(ରିପୋର୍ଟସ ଟୁଡେ / ମଧୁସ୍ମିତା ତ୍ରିପାଠୀ): ଝାଡ଼ଖଣ୍ଡ ଖୁଣ୍ଟୀ ଜିଲାରେ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କୁ ଅନ୍ୟ କେଉଁଠାରେ ଜାଳି, ଉକ୍ତ ସ୍ଥାନରେ ପକାଇ ଦେଇଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ସୂଚନା ଯେ, ଗୁରୁବାର ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳାଙ୍କ ମୃତଦେହ ଠାବ ହୋଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସହ ତଦନ୍ତ ଜାରି ରଖିଛି। ବ୍ୟବଚ୍ଛେଦ ରିର୍ପୋଟ ଆସିବା ପରେ  ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ।