ରାଜ୍ୟରେ ଆଉ ୩୦ ଆକ୍ରାନ୍ତ ସୁସ୍ଥ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୩୦ ଆକ୍ରାନ୍ତ ସୁସ୍ଥ । ଏହାକୁ ମିଶାଇ ରାଜ୍ୟେରେ ୧୯୬ ରେ ପହଞ୍ଚିଲା ସୁସ୍ଥଙ୍କ ସଂଖ୍ୟା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୫୩୮ ଜଣ ଆକ୍ରାନ୍ତ ଏବେବି ରାଜ୍ୟରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୧୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୩ ଜଣଙ୍କର ମୃତ୍ୟୁ ହୋଇଛି ।