(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ୬୧୧ ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏହି ୭୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪୨, ଖୋର୍ଦ୍ଧା ୩, ଯାଜପୁର ୧୭, ଭଦ୍ରକ ୯ ଓ ସୁନ୍ଦରଗଡରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସୂଚନାମୁତାବକ, ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ ରେ ପହଞ୍ଚଛି । ସେମାନଙ୍କ ମଧ୍ୟରୁ ୧୪୩ ଜଣ ସୁସ୍ଥ ହୋଇଥିବା ବେଳେ ୪୬୫ ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୩ ଜଣଙ୍କର ମୃତ୍ୟୁ ହୋଇଛି ।