(ରିପୋର୍ଟସ ଟୁଡେ /ମଧୁସ୍ମିତା ତ୍ରପାଠୀ): ଜଗତସିଂହପୁର ଜିଲ୍ଲା ପାରାଦୀପ ଟର୍ମିନାଲ ଛକରେ ଆଜି ଏକ ସଡକ ଦୁର୍ଘଟଣା ଘଟିଯାଇଛି । ଏକ ବାଇକକୁ ହାଇଓ୍ବା ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ବାଇକ ଆରୋହୀଙ୍କର ମୄତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୄତକ ଜଣ ବିହାରର ନିତେଶ ଠାକୁର ବୋଲି ଜଣାପଡିଛି । ସେ ପାରାଦୀପର ଏକ କମ୍ପାନୀରେ କାର୍ୟ୍ୟ କରୁଥିଲେ। ଦୁର୍ଘଟଣାରେ ଗୁରୁତର ବ୍ୟକ୍ତିଙ୍କୁ ସ୍ଥାନୀୟଲାକେ ଉଦ୍ଧାର କରି ପ୍ରଥମେ ପାରାଦୀପ ଅଠରବାଙ୍କୀ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡାକାଲ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ଆଜି ନିତେଶ ଓ ଅନ୍ୟଜଣେ ବ୍ୟକ୍ତି ବାଇକରେ ଯାଉଥିବା ସମୟରେ ଏକ ହାଇଓ୍ବା ତାଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ନିତେଶଙ୍କର ମୃତ୍ୟୁ ଘଟିଥିବାବେଳେ ତାଙ୍କ ବାଇକରେ ବସିଥିବା ଅନ୍ୟଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିଲେ। ଘଟଣାସ୍ଥଳରେ ପାରାଦୀପ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।