ଆକାଶ ମାର୍ଗରୁ ବାତ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ଆକାଶ ମାର୍ଗରୁ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ତାଣ୍ଡବ ରଚିଥିଲା ପ୍ରଳୟଙ୍କରୀ ବାତ୍ୟା ଅମ୍ଫନ । ରାଜ୍ୟର ୪ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁ ଓ କେନ୍ଦ୍ରାପଡ଼ାରେ ବାତ୍ୟା ଅମ୍ଫନର ପ୍ରଭାବ ବେଶି ପଡ଼ିଥିଲା ଓ ସେଠାରେ କ୍ଷୟକ୍ଷତି ମଧ୍ୟ ହୋଇଛି । ତେଣୁ ଆଜି ଆକାଶ ମାର୍ଗରୁ ରାଜ୍ୟରେ କ୍ଷୟକ୍ଷତି ଓ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, ବାତ୍ୟା ଅମ୍ଫନରରେ ୮୯ଟି ବ୍ଲକର ୧୫୦୦ ଗ୍ରାମ ପଞ୍ଚାୟତ ପ୍ରଭାବିତ ହୋଇଛି । ୧୫୦୦ ଗ୍ରାମପଞ୍ଚାୟତର ୪୪ ଲକ୍ଷ ୮୦ହଜାର ଲୋକ ପ୍ରଭାବିତ ହୋଇଥିବା ସୂଚନା ମିଳିଛି । ବାତ୍ୟା ସମୟରେ ୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ବୋଲି କ୍ୟାବିନେଟ ସଚିବ ରାଜୀବ ଗୌହାଙ୍କୁ ଅବଗତ କରାଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଅମ୍ଫନ ବାତ୍ୟା ପରେ କ୍ଷୟକ୍ଷତି ଓ ସ୍ଥିତି ବାବଦରେ ଆଜି କ୍ୟାବିନେଟ ସଚିବ ରାଜୀବ ଗୌହାଙ୍କ ସହ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଭିଡିଓ କନଫରେନ୍ସିଂରେ ଆଲୋଚନା କରିଥିଲେ ।