(ରିିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୭୯ କରୋନା ପଜିଟିଭ ଚିହ୍ନଟ । ଏହାକୁ ମିଶାଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ ଛୁଇଁଛି । ଚିହ୍ନଟ ହୋଇଥିବା ୭୯ ଜଣଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ ସେଣ୍ଟର ଓ ୮ ଜଣ ସ୍ଥାନୀୟ ବ୍ୟକ୍ତି ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିସହିତ ସୋନପୁରକୁ ପଶିଛି କରୋନା ।କଟକର ସର୍ବାଧିକ ୧୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ବଲାଙ୍ଗୀରରୁ ୧୪, ଖୋର୍ଦ୍ଧାରୁ ପୁରୀରୁ ୪ ଜଣ ଲେଖାଏ, ଯାଜପୁରରୁ ୨, କେନ୍ଦୁଝରରେ ୮, କନ୍ଧମାଳରେ ୭, ଗଞ୍ଜାମରେ ୫, କେନ୍ଦ୍ରାପଡାରୁ ୬, ନୟାଗଡ ଓ ଢେଙ୍କାନାଳରୁ ୩ ଜଣ ଲେଖାଏ, ବାଲେଶ୍ୱର, ଅନୁଗୁଳ, ଝାରସୁଗୁଡା, ସୋନପୁରରୁ ଜଣେ ଲେଖାଏ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୭୯ ନୂଆ କରୋନା ରୋଗୀଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ ରେ ପହଁଞ୍ଚିଥିବା ଜଣାପଡିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୪୯ ଜଣ ସୁସ୍ଥ ଥିବା ହେଲେ ୮୬୧ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି।