ଆମ୍ବୁଲାନ୍ସ ଧକ୍କାରେ ମହିଳା ମୃତ

(ମୃତ୍ୟୁଞ୍ଜୟ ଭୋଇ/ରିପୋଟରର୍ସ ଟୁଡ଼େ): ୧୦୮ ଆମ୍ବୁଲାନ୍ସ ଧକ୍କାରେ ମହିଳା ମୃତ। ମୃତକ ହେଲେ ନବରଙ୍ଗପୁର ଜିଲ୍ଲା କୋଡିଙ୍ଗା ଥାନା ଅନ୍ତର୍ଗତ ଲିମ୍ଭଟ୍ଟା ଗାଁର ଇନ୍ଦୁବତୀ ସରାବୁ। ଇନ୍ଦୁବତୀ ଓ ତାଙ୍କ ସ୍ୱାମୀ ରାସ୍ତାରେ ଯାଉଥିବା ବେଳେ ଆମ୍ବୁଲାନ୍ସଟି ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ଇନ୍ଦୁବତୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଥିଲ।