ଆସନ୍ତାକାଲିଠୁ ୧୩ଯାଏଁ ଭିଜିବ ଓଡ଼ିଶା, ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କେଉଁ ୱାର୍ଣ୍ଣିଂ

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ମୌସୁମୀ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ ବୋଲି ଜଣାପଡ଼ିଛି। ଫଳରେ ଆଗାମୀ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯିବା ସହ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ, ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ ।  ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜୁନ୍‌ ୧୩ ଯାଏ ଏଭଳି ସ୍ଥିତି ଲାଗି ରହିବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅଧିକାଂଶ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।୮ଜିଲ୍ଳାଗୁଡ଼ିକରୁ ୪ଜିଲ୍ଲା ଅର୍ଥାତ ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସେହିପରି ଗଞ୍ଜାମ, ଗଜପତି, ପୁରୀ, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ । ଜୁନ ୧୨ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୪ଜିଲ୍ଳାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୪ଜିଲ୍ଲାଗୁଡ଼ିକ କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ।