(ରିିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି ହୋଇଛି । ଆସନ୍ତା ୭ ଦିନ ପର୍ୟ୍ୟନ୍ତ ଅସହ୍ୟ ତାତି ଓ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେବ ସମଗ୍ର ଓଡ଼ିଶା । ତେବେ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବା ସହ ତାତିରୁ ନିସ୍ତାର ନାହିଁ ବୋଲି ସତର୍କ କରାଇ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କଳାହାଣ୍ଡି , ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ମାଲକାନଗିରି, ଓ ଅନୁଗୁଳ ପ୍ରମୁଖ ୧୧ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏହି ୧୧ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।