ଆସିଲା ୬୭ ସଂକ୍ରମିତଙ୍କ ତଥ୍ୟ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଜି ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ୬୭ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ସଂକ୍ରମିତ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୧୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ଏବଂ ବରଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୬ ସଂକ୍ରମିତଙ୍କ ମଧ୍ୟରୁ ୧୬ ଜଣ ସୁରଟରୁ, ୬ ଜଣ ମହାରାଷ୍ଟ୍ରରୁ, ୩ ଜଣ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ଜଣ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ପଶ୍ଚିମବଙ୍ଗରୁ, ୨ ଜଣ ଗୁଜୁରାଟରୁ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଚାଇନ୍ ସେଣ୍ଟରରେ ରହିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୫ ଜଣ ମହାରାଷ୍ଟ୍ରରୁ, ୩ ଜଣ ଗୁଜୁରାଟରୁ ଏବଂ ୨ ଜଣ ପଶ୍ଚିମବଙ୍ଗରୁ ଫେରିଥିଲେ । ଅନ୍ୟ ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ସଂକ୍ରମିତ ଗୁଜୁରାଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି କେନ୍ଦୁଝର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଉତ୍ତରପ୍ରଦେଶରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଉତ୍ତରପ୍ରଦେଶ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିବା ବେଳେ ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ଜଣ ସଂକ୍ରମିତ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସୋନପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ତାମିଲନାଡୁ ଏବଂ ଦୁଇ ଜଣ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ହାରେଣ୍ଚାଇନ୍ ସେଣ୍ଟରରେ ରହିଥିଲେ ।