(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୨୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମୁ ମିଶାଇ ରାଜ୍ୟରେ ୨୪୫ ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଆଜି ଏକାଥରକେ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେବଳ ଗଞ୍ଜାମ ଜିଲ୍ଲାରୁ ୧୯ ଜଣ,ଭଦ୍ରକ ଜିଲ୍ଲାରୁ ୨ ଜଣ ଓ କେନ୍ଦ୍ରାପଡା ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ାରେ ଚିହ୍ନଟ ୫ ନୂଆ ଆକ୍ରାନ୍ତ ସୁରତ ଫେରନ୍ତା । ସେମାନେ ସମସ୍ତେ ପଟ୍ଟାମୁଣ୍ଡାଇ ଅଞ୍ଚଳର । ଗତ ୩ ତାରିଖରେ ମୋଟ୍ ୫୮ ଜଣ ବସ୍ରେ ସୁରତରୁ ଫେରିଥିଲେ। ସମସ୍ତେ କ୍ୱାରେଣ୍ଟିନ୍ରେ ଥିଲେ । କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ପ୍ରଦାନ କରିଛନ୍ତି । ଏହି ଆକ୍ରାନ୍ତଙ୍କୁ ମିଶାଇ କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୮ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୬ଜଣ ଚିକିତ୍ସାଧୀନ ଥିବାବେଳେ୨ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୧ ଜଣ ଚିକିତ୍ସାଧୀନ ଥିବାବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି। ତେବେ ୨ଜଣଙ୍କ ମୃତ୍ୟୁ ଘଟିଛି।