କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ(ରିପୋର୍ଟର୍ସ ଟୁଡେ) : କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଉପହାର ଦେଇଛନ୍ତି । ବୁଧବାର କେନ୍ଦ୍ର କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଦିଆଯାଉଥିବା ମହଙ୍ଗା ଭତ୍ତା(ଡିଏ)କୁ ୧୭ପ୍ରତିଶତରୁ ୨୮ ପ୍ରତିଶତ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି । ସୂଚନାଯୋଗ୍ୟ, କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ଟି କିସ୍ତିରେ ଆସିବାର ଥିଲା କିନ୍ତୁ କରୋନା ମହାମାରୀ କାରଣରୁ ଊଇ ଉପରେ ରୋକ ଲଗାଇଥିଲେ କେନ୍ଦ୍ର ସରକାର ।

ବର୍ତ୍ତମାନ ଊଇ ବୃଦ୍ଧି ପରେ ଆସନ୍ତା ସେପ୍ଟେମ୍ବର ମାସରୁ ଅଧିକ ବେତନ ଆସିବ ବୋଲି ଅନୁମାନ କରାଯାଉଛି । ମହାମାରୀ କରୋନା ପାଇଁ ୨୦୨୦ ମସିହା ଜାନୁଆରୀ ୧ ତାରିଖରୁ ମହଙ୍ଗା ଭତ୍ତା ବା ଊଇ ଉପରେ ରୋକ ଲଗାଇଥିଲେ କେନ୍ଦ୍ର ସରକାର । ଏହି ବୃଦ୍ଧିକୁ କ୍ୟାବିନେଟ ଅନୁମୋଦନ କରିଛି, ତଥାପି କେନ୍ଦ୍ର ସରକାରଙ୍କ କର୍ମଚାରୀମାନେ ସେପ୍ଟେମ୍ବରରୁ ଏହି ଡିଏର ଲାଭ ପାଇବେ କି ନାହିଁ ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କ୍ୟାବିନେଟ୍ ଅନୁମୋଦନ ପୂର୍ବରୁ ତିନିଟି ଡିଏ କିସ୍ତି ବାକି ରହିଥିଲା ବୋଲି ଜଣାପଡ଼ିଛି ଜ୍ଝ ଗତ ବର୍ଷରୁ ଗୋଟିଏ ଏବଂ ଚଳିତ ବର୍ଷ ଦୁଇଟି କିସ୍ତି ବାକିଥିବା ଜଣାଯାଇଛି ଜ୍ଝ ଆଜି ତିନିଟି ବିଚାରାଧୀନ କିସ୍ତିର ଅଂଶ ଭାବରେ ୧୧ ପ୍ରତିଶତ ଡିଏ ବୃଦ୍ଧିକୁ ଅନୁମୋଦନ କରାଯାଇଛି