କେ.ବରିଡା ସ୍ଥିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଚାରା ରୋପଣ

(ହରପ୍ରସାଦ ବିଷୋଇ / ଗଞ୍ଜାମ) : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ କେ.ବରିଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୁଧବାର ଦିନ ଚାରା ରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜୟ ଦେବ ଜେନା ଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ସିଆରସିସି ନାରାୟଣ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ପୂର୍ବତନ ସରପଞ୍ଚ ବିଜୟ କୁମାର ନାୟକ, ପ୍ରସାନ୍ତ କୁମାର ବେହେରା ଯୋଗଦେଇ ଚାରା ରୋପଣ ର ଆବଶ୍ୟକତା, ସ୍କୁଲ ପରିସର ସୌନ୍ଧର୍ଜ୍ୟ କରଣରେ ଚାରା ର ଆବଶ୍ୟକତା ବିଷୟରେ ଆଲୋଚନା କରିଥିଲେ । ଏଥିରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ ।