(ଭୁବନେଶ୍ୱର) ; ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ୧୫ କିମ୍ବା ୧୬ ତାରିଖ ବେଳକୁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଏହା ଅଧିକ ଘନୀଭୂତ ହୋଇ ଗତିକରିବ । ଓ୍ୱେଲମାର୍କ ଲୋ ପ୍ରେସର ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଜି ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଏହାର ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତାକାଲିଠୁ ଧିରେ ଧିରେ ବର୍ଷାର ପରିମାଣ ବଢିବା ସହ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ରାଜ୍ୟର ୧୧ ଜିଲ୍ଲାରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଅଧିକାଂଶ ଅଞ୍ଚଳରୁ ମୌସୁମୀ ଫେରିଯାଇଛି ।