ପୋଲତଳେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦହେ

(ରାଇରଙ୍ଗପୁର) ; ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଏକ ପୋଲତଳେ ମୃତଦେହ ଭାସୁଛି । ଏପରି ଏକ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୨୦ର ଭାଲୁବସା ନିକଟରେ। ଘଟଣାରୁ ପ୍ରକାଶ ଯେ ଶୁକ୍ରବାର ଭାଲୁବସା ନିକଟରେ ଥିବା ଏକ ପୋଲ ତଳେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକେ ଏ ବାବଦରେ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ୍ୟର କାରଣ ଜଣା ପଡି ନଥିବାବେଳେ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି ।