ପ୍ରବାସୀଙ୍କୁ ଶ୍ରମିକଙ୍କୁ ବାଲିଆପାଳ ବିଡିଓଙ୍କ ଦୁର୍ବ୍ୟବହାର,କାର୍ଯ୍ୟାନୁଷ୍ଠାନ ନିଆଯିବ : ମନ୍ତ୍ରୀ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ବାଲେଶ୍ୱର ଜିଲ୍ଲା ବାଲିଆପାଳ ବିଡିଓ ପ୍ରବାସୀ ଓଡିଆ ଶ୍ରମିକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ । ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଯାହାକି ଏହି ଘଟଣା ସାମ୍ନାକୁ ଆସିବା ପରେ ଏହାକୁ ନିନ୍ଦା କରିଛନ୍ତି ପଞ୍ଚାତିରାଜ ମନ୍ତ୍ରୀ ପ୍ରତାପ ଜେନା । ସେ କହିଛନ୍ତି ଯେ, ବାଲିଆପାଳ ବିଡିଓ ଯାହା କରିଛନ୍ତି ତାହା ଠିକ ନୁହଁ । ଏହି ସମୟରେ ପ୍ରବାସୀ ଶ୍ରମିକଙ୍କୁ ଦୁର୍ବ୍ୟବହାର କରିବା ଠିକ ନ ଥିଲା । ତେବେ ଜିଲାପାଳଙ୍କଠାରୁ ରିପୋର୍ଟ ମଗାଯାଇଛି । ରିପୋର୍ଟ ମିଳିବା ପରେ ଖୁବ ଶିଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ପ୍ରତାପ ଜେନା ।