ବଦଳିଲେ ଜିଲା ଶିକ୍ଷା ଅଧିକାରୀ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲା ଶିକ୍ଷା ଅଧିକାରୀ ବନ୍ଦନା ମହାପାତ୍ରଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଯୁଗ୍ମ ନିର୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ଯୁଗ୍ମ ନିର୍ଦେଶକ ବିଶ୍ବନାଥ ତରାଇଙ୍କୁ ଖୋର୍ଦ୍ଧା ଜିଲା ଶିକ୍ଷା ଅଧିକାରୀ ଭାବେ ଦାୟିତ୍ଵ ପ୍ରଦାନ କରାଯାଇଛି। ସେହିପରି ଖୋର୍ଦ୍ଧା ଜିଲା ଅତିରିକ୍ତ ଶିକ୍ଷା ଅଧିକାରୀଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣର ଉପ-ନିର୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବା ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।