ବିଜେଡିର ୪ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

(ମୃତ୍ୟୁଞ୍ଜୟ ଭୋଇ)ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡିର ୪ ପ୍ରାର୍ଥୀ । ଏନେଇ ଦଳ ତରଫରୁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କୁ ନିଜର ନାମାଙ୍କନ ଦାଖଲ କରିଛନ୍ତି ପ୍ରାର୍ଥୀ । ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ରହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଅନ୍ୟପଟେ ଦଳର ବରିଷ୍ଠ ନେତା ମାନେ ଉପସ୍ଥିତ ରହିଛନ୍ତି ।ସେପଟେ ରାଜ୍ୟସଭା ପାଇଁ ବିଜେଡି ସୁଜିତ କୁମାର, ସୁବାସ ସିଂ, ମୁନ୍ନା ଖାଁ ଓ ମମତା ମହନ୍ତଙ୍କ ନାମ ମନୋନୀତ କରିଥିଲେ । ସେଥିପାଇଁ ଆଜି ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ।