ରତ୍ନସିହାଂସନରେ ଝଲସୁଛନ୍ତି ମହାପ୍ରଭୁ

ପୁରୀ-ରତ୍ନ ସିଂହାସନରେ ନାର୍ଗାଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ । ଦୁର୍ଲଭ ନାର୍ଗାଜୁନ ବେଶରେ ସୁସଜ୍ଜିତ ହୋଇଛନ୍ତି ଜଗାବଳିଆ । ସକାଳ ୯ଟା ୩୦ ରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ନାର୍ଗାଜୁନ ବେଶ ସମ୍ପନ୍ନ ହୋଇଥିବା ନେଇ ପୁରୀ ଜିଲ୍ଲାପାଳ ବଳୱନ୍ତ ସିଂ ସୂଚନା ଦେଇଛନ୍ତି । ବୀର ବେଶରେ ଜଗନ୍ନାଥ ଓ ବଳଭଦ୍ର ସଜେଇ ହୋଇଛନ୍ତି । ୧୬ ପ୍ରକାରର ପାରମ୍ପରିକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହୋଇଛନ୍ତି ଜଗାବଳିଆ।
ଜିଲ୍ଲାପାଳଙ୍କ ସୂଚନା ଅନୁସାରେ, ବିଳମ୍ବରେ ଆରମ୍ଭ ହୋଇଥିଲା ବେଶନୀତି। ଭୋର ୪ଟା ୪୫ ମିନିଟରୁ ଶ୍ରୀଜିଉଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲେ ନାଗାର୍ଜୁନ ବେଶ ସକାଳ ୭ଟାରେ ଆରମ୍ଭ ହୋଇଥିଲା। ଭଣ୍ଡାର ମେକାପ, ଖୁଣ୍ଟିଆ ସେବାୟତ ଓ ସିଂହାରୀ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ମହାପ୍ରଭୁଙ୍କ ନାଗାର୍ଜୁନ ବେଶରେ ବିଳମ୍ବ ହୋଇଛି।ନିର୍ଦ୍ଧାରିତ ସଂଖ୍ୟାଠାରୁ ଅଧିକ ସେବାୟତ ମନ୍ଦିରରେ ପ୍ରବେଶ କରିବାରୁ ତିନି ସେବାୟତଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା। ତେବେ ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ ପରେ ବିବାଦର ସମାଧାନ ହୋଇଥିଲା।