ରଥଯାତ୍ରା ନୀତିକାନ୍ତି ନେଇ ସେବାୟତଙ୍କ ବୈଠକ

ପୁରୀ: ରଥଯାତ୍ରାର ନୀତିକାନ୍ତି ଲାଗି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ସେବାୟତଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୋଟିଏ ପଟେ ଛତିଶାନିଯୋଗ ସଦସ୍ୟଙ୍କ ସହ ଏସପିଙ୍କ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଅନ୍ୟପଟେ ନୀତକାନ୍ତିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୈଠକ ଡକାଯାଇଛି । ଏଥିରେ ନୀତିକାନ୍ତି ସହିତ ଶ୍ରୀମନ୍ଦିର ଚତୁଃପାଶ୍ୱର୍ ସେବାୟତ ସାହିର ସମସ୍ୟା ନେଇ ଆଲୋଚନା କରାଯାଇଛି । ସ୍ନାନଯାତ୍ରା ଭଳି ରଥଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି କିଭଳି ଶୃଙ୍ଖଳିତ ଭାବେ କରାଯିବ ସେନେଇ ଆଲୋଚନା କରାଯାଇଛି । ଜିଲ୍ଲାପାଳଙ୍କ ବୈଠକରେ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିଥିଲେ । ରଥ ବେଳେ ସେବାୟତ ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବାକୁ ଗୁରୁତ୍ୱ ଦିଆଯାଇଛି । ତେବେ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମ୍ପର୍କିତ ତୃତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସମେତ ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ବିଭାଗୀୟ ସଚିବମାନେ ଉପସ୍ଥିତ ରହିଥିଲେ ।