ରାଜ୍ୟରେ ଆଉ ୧୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣଙ୍କ ମହାମାରୀ କରୋନାରେ ଯାଇଛି ଜୀବନ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍ ଯୋଗେ ସୂଚନା ଦେଇଛି ।
ରାଜ୍ୟରେ ମୋଟ୍ ୨୭୪୧୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୭୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୨୧୯୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୧୫୯୩୯୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।