(ରିପୋଟର୍ସ ଟୁଡେ/ଭୁବନେଶ୍ୱର): କରୋନା ବିସ୍ତାର କମିବାର ନାଁ ନେଉନି । ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୮ଟି ଜିଲ୍ଲାରୁ ଆଉ ୧୪୧ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୪୫କୁ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ହୋଇଥିବା ୧୪୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ନୂଆପଡା ଜିଲ୍ଲାରୁ ୧୯ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୩ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୮ ଜଣ, ଗଜପତି ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି ।