(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟ ପାଇଁ ଖୁସି ଖବର । ଆଉ ୬୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୪୯୭ ଜଣ କୋରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ମିଳିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଗଞ୍ଜାମ ଜିଲ୍ଲାର ୪୧ ଜଣ , ସେହିଭଳି ବାଲେଶ୍ୱରର ୧୫, ରାଉରକେଲାର ୨ ଓ ଭଦ୍ରକ, ଯାଜପୁର, ମୟୂରଭଞ୍ଜର ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ସୂଚନାଯୋଗ୍ୟ, ବର୍ତ୍ତମାନ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୪୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେବି ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ୭୬୫ ଜଣ ଚିକିତ୍ସିତ ହେଉଛନ୍ତି ।