(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏହି ୬୭ ଜଣଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଏବଂ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମରେ ସର୍ବାଧିକ ୨୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ଼ରେ ୭, ବଲାଙ୍ଗୀରରେ ୨, ଜଗତସିଂହପୁରରେ ୨, ଖୋର୍ଦ୍ଧା ଓ ଯାଜପୁରରେ ୧୧ ଜଣ ଲେଖାଏଁ ରୋଗୀ ଚିହ୍ନଟ ହୋଇଛନ୍ତି । କେନ୍ଦୁଝରରେ ୧, ସମ୍ୱଲପୁରରେ ୨, ସୋନପୁରରେ ୪ ଜଣ ଓ ବରଗଡରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୪୧ ହୋଇଥିବା ବେଳେ ୮୧୨ଜଣ ସୁସ୍ଥ ହୋଇଛନ୍ତି । ୭ଜଣଙ୍କର ପ୍ରାଣହାନି ଘଟିଛି ।