ରାଜ୍ୟରେ କିଛି ସ୍ଥାନରେ କାଳବୈାଶାଖୀ ସମ୍ଭାବନା

(ମୃତ୍ୟୁଞ୍ଜୟ ଭୋଇ/ରିପୋଟରର୍ସ ଟୁଡ଼େ) :ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେଉଥିବା ଦେଖିବାକୁ ମିଳୁଛି। ଏହି କ୍ରମରେ ମଙ୍ଗଳବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ଲୋକମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ୧୭, ୧୮, ୧୯, ୨୦ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ଅନ୍ୟ ସବୁ ସ୍ଥାନରେ ପାଗ ଶୁଖିଲା ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।