ଭୁବନେଶ୍ୱର: ରାଜ୍ୟରେ ପୁଣି ୧୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଆଇଏଲଏସ ସୂଚନା ଦେଇଛି । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ସଂକ୍ରମିତ ସଂଖ୍ୟା ୭୫ରେ ପହଞ୍ଚିଛି । ଅନ୍ୟପଟେ କରୋନାର ଅନ୍ୟ ଭାରିଆଣ୍ଟ ସଂକ୍ରମଣ ମଧ୍ୟ ଉଗ୍ର ହେଉଛି । ଆଜି ଦିନକରେ ୩୬୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୧୪୮, ଲୋକାଲ୍ କେସ୍ ୧୫୩୧ ଜଣ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୩୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୬୬ ହଜାର ୧୫୫କୁ ବୃଦ୍ଧି ପାଇଛି ।