ସଂକ୍ରମଣ ରୋକିବାକୁ ମେମୁ ଟ୍ରେନ ବାତିଲ ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଥିବା କରୋନା ସଂକ୍ରମଣକୁ ବ୍ୟାହତ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ମଇ ମାସ ୧୬ ତାରିଖ ପର୍ଯ୍ୟନ୍ତ ୦୬ ଯୋଡ଼ା ମେମୁ ଟ୍ରେନ/ ସ୍ଥାନୀୟ ପସେଞ୍ଜର ଟ୍ରେନ ଉଭୟ ଦିଗରୁ ବାତିଲ କରିବାକୁ ନିଷ୍ପତ୍ତି ହୋଇଛି।
ଏହି ଟ୍ରେନ୍ ଗୁଡିକ ହେଲା ୦୮୪୬୧/୦୮୪୬୨ କଟକ-ପାରାଦୀପ-କଟକ ବିଶେଷ ଟ୍ରେନ, ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ, ୦୮୪୫୬/୦୮୪୫୫ ଭୁବନେଶ୍ୱର-କେନ୍ଦୁଝରଗଡ଼ -ଭୁବନେଶ୍ୱର ବିଶେଷ ଟ୍ରେନ, ୦୮୪୧୨/୦୮୪୧୧ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ, ୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ, ୦୮୫୨୮/୦୮୫୨୭ ବିଶାଖାପାଟନମ୍-ରାୟପୁର-ବିଶାଖାପାଟନମ୍ ବିଶେଷ ଟ୍ରେନ ।