ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡକ୍ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।ଏହି ଅବସରରେ ସୁନ୍ଦରଗଡର ହକି ଖେଳାଳୀମାନେ ଦେଶ ପାଇଁ ଗୌରବ ଆଣିଛନ୍ତି ଓ ଗର୍ବିତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ସୁନ୍ଦରଗଡରେ aiims ସୁନ୍ଦରଗଡବାସୀଙ୍କର ହକ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସୁନ୍ଦରଗଡରେ ୫-ଟି ସ୍କୁଲ ଟ୍ରାନ୍ସଫରମେସନ୍ ଠାରୁ ଆରମ୍ଭ କରି ମିଶନ ଶକ୍ତି ପର୍ୟ୍ୟନ୍ତ ବିଭିନ୍ନ କାର୍ୟ୍ୟକ୍ରମର ସଫଳ କାର୍ୟ୍ୟକାରିତା ପାଇଁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହିତ ଜିଲ୍ଲାର ବହୁ ଲୋକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡର ସୁଯୋଗ ନେଇ ଉନ୍ନତ ଚିକିତ୍ସା ସୁବିଧା ପାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ରାଜ୍ୟ ସରକାର ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ୟ୍ୟକ୍ରମର ସୁଯୋଗ ନେଇ ନୂଆ ଓଡିଶା ଗଠନରେ ନିଜ ନିଜର ଅବଦାନ ରଖିବା ପାଇଁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ ।