ସୁସ୍ଥ ହେଲେ ଆଉ ୭୫ କୋରୋନା ଆକ୍ରାନ୍ତ

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଜି ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି । ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୨୫ଜଣ ଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ନୟାଗଡ଼ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲୋଖାଏଁ ସୁସ୍ଥ ହୋଇଛନ୍ତି । କେନ୍ଦୁଝର ବୌଦ୍ଧ, ସମ୍ବଲପୁର ଓ ଖୋର୍ଦ୍ଦା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍୧୬୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୬୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।