୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର -ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ନୂଆପଡ଼ା, ବରଗଡ଼, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଆଦି ରହିଛି।ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥି ସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାରେ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।