ଗତ ୨୪ ଘଣ୍ଟାରେ ରାଜ୍ୟରୁ ୦୩ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ।
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-
Covid-19 Report For 30th May
New Positive Cases: 3
Of which 0-18 years: 0
In quarantine: 2
Local contacts: 1(Details of local contacts will be shared by concerned District)
1. Balasore: 1
2. Kendrapada: 1
3. Khurda: 1— I & PR Department, Odisha (@IPR_Odisha) May 31, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୨୨ ଜଣକୁ ବୃଦ୍ଧି ପାଇଛି। ଏବେ ସୁଦ୍ଧା ରାଜ୍ୟରେ ୩୧୭୪୬୫୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୧୯୧ ଜଣ ସୁସ୍ଥ ହୋଇଛନ୍ତି ।