୧୦ ଗୁଣ ବଢିଲା ରେଲୱେ ଦୁର୍ଘଟଣା ଅନୁକମ୍ପା ରାଶି

0

ନୂଆଦିଲ୍ଲୀ: ବଢିଲା ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓ ଗୁରୁତର ହୋଇଥିବା ବ୍ୟକ୍ତିଙ୍କ ପରିବାରୁକୁ ମିଳିବ ବଢ ଧରଣର କ୍ଷତିପୂରଣ ରାଶି । ଏବେ ସେହି କ୍ଷତିପୁରଣ ରାଶି କୁ ୧୦ ଗୁଣ ଅଧିକ ହେବ ବୋଲି ରୋଳବାଇ ପକ୍ଷରୁ କୁହାଯାଇଛି । ଟ୍ରେନ୍ ଦୁର୍ଘଟଣା ଓ ଅତର୍କିତ ଭାବେ ଘଟୁଥିବା ଅନ୍ୟ ଘଟଣା ଯୋଗୁ ଟ୍ରେନ ଯାତ୍ରୀଙ୍କ ମୃତ୍ୟୁ ହେଲେ ଏହି ବର୍ଦ୍ଧିତ କ୍ଷତିପୂରଣ ରାଶି ପ୍ରଦାନ କରାଯିବ । ରେଳବାଇର ନୂଆ ନିର୍ଦ୍ଦେଶାନାମା ଅନୁଯାୟୀ, ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୫୦ ହଜାର ପରିବର୍ତ୍ତେ ୫ ଲକ୍ଷ ଟଙ୍କାର ସହାୟତା ରାଶି ମିଳିବ । ସେହିପରି ଗୁରୁତର ଆହତଙ୍କୁ ମିଳୁଥିବା କ୍ଷତିପୂରଣ ରାଶିକୁ ୨୫ ହଜାରରୁ ବୃଦ୍ଧି କରାଯାଇ ଅଢେଇ ଲକ୍ଷ ଟଙ୍କା କରାଯାଇଛି। । ସାମାନ୍ୟ ଆହତ ହୋଇଥିବା ଯାତ୍ରୀଙ୍କୁ ୫ ହଜାର ପରିବର୍ତ୍ତେ ୫୦ ହଜାର ଟଙ୍କା ମିଳିବ । ଏହି ନିୟମ ୧୮ ସେପ୍ଟେମ୍ବରରୁ ଲାଗୁ ହୋଇଛି । ଏହାବାଦ ଅତର୍କିତ ଘଟଣା ଯେପରି ଟ୍ରେନ୍ ଉପରେ ଆତଙ୍କବାଦୀ ଆକ୍ରମଣ, ଟ୍ରେନ୍ରେ ଡକାୟତି, ହିସାଂକାଣ୍ଡ ଆଦି ଘଟଣା ଘଟି କାହାର ଜୀବନ ହାନୀ ଘଟିଲେ ତଥା କେହି ଗୁରୁତର ଆହତ ହେଲେ ସହାୟତା ରାଶିର ପରିଣାମ ବଢ଼ାଯିବ । ଏପରି ଘଟଣାରେ ମୃତ୍ୟୁମୁଖରେ ପଡ଼ୁଥିବା ଯାତ୍ରୀଙ୍କୁ ଦେଢ ଲକ୍ଷ, ଗୁରୁତରଙ୍କୁ ୫୦ ହଜାର ଓ ସାମାନ୍ୟ ଆହତଙ୍କୁ ୫ ହଜାର ମିଳିବ। ଟ୍ରେନ୍ ଦୁର୍ଘଟଣାରେ ଗୁରୁତର ହୋଇ ମେଡିକାଲରେ ୩୦ ଦିନରୁ ଅଧିକ ସମୟ ଆଡମିଟ ହେଲେ ଅନୁକମ୍ପା ରାଶି ବି ବୃଦ୍ଧି ପାଇବ ବୋଲି ରେଲବାଇ ପକ୍ଷରୁ ସ୍ପଷ୍ଟ ଭାବେ କୁହାଯାଇଛି।