ଭୁବନେଶ୍ୱର : ରାଜ୍ୟରେ ଏବେ ଦିନକୁ ଦିନ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ୧୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୪୯୫୮ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୬୩ଜଣ କ୍ୱାରେଣ୍ଟାଇନରୁ ଥିବାବେଳେ ୪୫ଜଣ ସ୍ଥାନୀୟ ବାସିନ୍ଦା ଅଟନ୍ତି । ବର୍ତ୍ତମାନ ରାଜ୍ୟରେ ୧୧୭୫ଟି ଆକ୍ଟିଭ କେସ୍ ଥିବା ବେଳେ ୩୩୧୮୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୦ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍ରୁ ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡ଼ରୁ ୮, କଟକରୁ ୯, ଦେବଗଡ଼ରୁ ୨, ଗଜପତିରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୮, ପୁରୀରୁ ୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ଼ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି।
Edit by Sushree Biswajeeta