ଗତ ୨୪ ଘଣ୍ଟାରେ ୧୦୦୫୯ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର । ଓଡ଼ିଶାରେ ଦୈନିକ ସଂକ୍ରମଣ ୧୦ ହଜାର ଟପିଲା।

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଓଡ଼ିଶାରେ ଦୈନିକ ସଂକ୍ରମଣ ୧୦ ହଜାର ଟପିଲା। ଗତ ୨୪ ଘଣ୍ଟାରେ ୧୦୦୫୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୮୭୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୫୮୩୩ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୨୨୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୧୬୦୬ ଜଣକୁ ବୃଦ୍ଧି ପାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୦୧୬୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୪୩୪୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୮୭୩୨ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-