ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା: ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ମନ୍ତ୍ରୀ

ଭୁବନେଶ୍ୱର : ଆଜିଠାରୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ରାଜ୍ୟର ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା କରାଯାଉଛି। ଏହି ଅବସରରେ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ୍ ଭୁବନେଶ୍ୱରର ଯଦୁପୁର ଅଞ୍ଚଳରେ ଥିବା ସଇଦ୍ ମମ୍ତାଜ ଆଲି ସ୍କୁଲରେ ହୋଇଥିବା ପରୀକ୍ଷା କେନ୍ଦ୍ର ବୁଲି ଦେଖିଛନ୍ତି।

ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଉଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା(ମାଟ୍ରିକ୍), ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍(ଓପନ୍ ସ୍କୁଲ)ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ–୨) ପରୀକ୍ଷା ଆଜିଠାରୁ ସକାଳ ୮ଟାରୁ ଆରମ୍ଭ ହେଇଛି। ପରୀକ୍ଷା ପୂର୍ବାହ୍ନ ୧୦ଟାରେ ସରିବ। କେବଳ ଗଣିତ ପରୀକ୍ଷା ୧୦ଟା ୧୫ରେ ସରିବ। ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ।