ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ଉପାନ୍ତରୁ ଉପକୂଳ ସବୁଠି ହେବ ବର୍ଷା । ଏକ ଘନୀଭୂତ ପଶ୍ଚିମ ଝଡ଼ ଆଜିଠୁ ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ରାଜସ୍ଥାନ ତଥା ତାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବାନା ରହିଛି । ଏହାସହ ଉପକୂଳ ଓଡ଼ିଶାର କଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ତାରିଖରୁ ୧୪ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବ । ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର ନୂଆପଡ଼ା, କଳାହାଣ୍ଡି ଏବଂ ନବରଙ୍ଗପୁରରେ ବର୍ଷା ହେବ ବୋଲି ପାଣିପାଗ କେନ୍ତର ସୂଚନା ଦେଇଛି । ଅନ୍ୟପଟେ ଓଡ଼ିଶାକୁ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ଣ ପବନ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଉଛି । ଆସନ୍ତା ୨ରୁ୩ ଦିନ ମଧ୍ୟରେ ୨ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି ।