ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୧ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୩ ଜିଲ୍ଲାରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୪ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୭୯ ଜଣକୁ ବୃଦ୍ଧି ପାଇଛି। ଏବେ ସୁଦ୍ଧା ରାଜ୍ୟରେ ୩୧୬୮୦୮୬୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୪୩ ଜଣ ସୁସ୍ଥ ହୋଇଛନ୍ତି ।