ଗତ ୨୪ ଘଣ୍ଟାରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୩୦୦୩ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୩୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୮୧୫୨ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-