ଗତ ୨୪ ଘଣ୍ଟାରେ ଆଉ ୧୫୦୩ ନୂଆ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି ।

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୧୫୦୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିରେ ୧୮ବର୍ଷରୁ କମ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨୯ ରହିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୭୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୬୯୮୧୧ ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୬୯୮୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୩୮୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୧୫୯୭ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-