ଗତ ୨୪ ଘଣ୍ଟାରେ ୧୫୭୨ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି ।

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୧୫୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୦୯ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୪୫୭୫ ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୪୫୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୨୫୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୧୪୩୧ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିନ୍ହଟ :-