ଛତିଶଗଡ଼: ନିର୍ବାଚନ ପୂର୍ବରୁ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ର କାଙ୍କେର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ । ଏହି ଗୁଳି ବିନିମୟରେ ୧୮ ନକ୍ସଲ ନିହତ ହୋଇଥିବା ସୂଚନା । ଏମାନଙ୍କ ମଧ୍ୟରେ ମାଓବାଦୀ ସଂଗଠନର କିଛି ଟପ ଲିଡର ରହିଥିବା କୁହାଯାଉଛି । ସେହିପରି ନକ୍ସଲଙ୍କ ପାଲଟା ଗୁଳିରେ ୨ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଆଜି କାଙ୍କେର ସ୍ଥିତ ଛୋଟେବେତିୟା ପୁଲିସ୍ ଷ୍ଟେସନରେ ଥିବା ଗୋଟିଏ ଜଙ୍ଗଲରେ କିଛି ନକ୍ସଲ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ଡିଆରଜି ଯବାନ ଓ ପୁଲିସ୍ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ନକ୍ସଲମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା ମାତ୍ରେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହାର ଜବାବ ମଧ୍ୟ ସୁରକ୍ଷାକର୍ମୀମାନେ ଦେଇଥିଲେ। ଦୀର୍ଘ ସମୟ ଧରି ଚାଲିଥିବା ଏହି ଗୁଳି ବିନିମୟରେ ଏଯାଏ ୧୮ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।