ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏକ ସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ବାହାରିଛି।

ସମସ୍ତ ଷ୍ଟ୍ରିମର ପାସ ହାର ୮୨.୭୭ ରହିଛି। ଏ ନେଇ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଭୁବନେଶ୍ୱର ସ୍ଥିତ CHSE ମୁଖ୍ୟାଳୟରେ ବିଭାଗ ସଚିବ ଶାଳିନୀ ପଣ୍ଡିତ, ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରସାନ୍ତ କୁମାର ପରିଡାଙ୍କ ସମେତ ଅଧିକାରୀଙ୍କ ଉପସ୍ଥିତିରେ CHSE ଓଡ଼ିଶା +2 ଫଳାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି।

ଅପରାହ୍ନ ୪ଟା ୨୦ରେ ପ୍ରକାଶ ପାଇଲା ରେଜଲ୍ଟ । ଏକସଙ୍ଗେ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଲା। ଏଥିସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇଲା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି । କଳାରେ ୮୦.୫୧ ପ୍ରତିଶତ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବିଜ୍ଞାନରେ ୮୭.୪୯ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ବାଣିଜ୍ୟରେ ୮୩.୨ ପ୍ରତିଶତ ଏବଂ ଧନ୍ଦାମୂଳକରେ ୬୦ ପ୍ରତିଶତ ପରୀକ୍ଷାର୍ଥୀ କୃତକାର୍ଯ୍ୟ କରିଛନ୍ତି ।

ପାସ୍ ହାର ୮୨.୭୭ ପ୍ରତିଶତ ରହିଛି। ଏଥର ବି ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି। ଏଥିରୁ ୧,୪୨,୫୧୨ ଛାତ୍ର ଏବଂ ୧,୭୪, ୨୫୧ ଜଣ ଛାତ୍ରୀ ପାସ୍ କରିଛନ୍ତି । ଝିଅଙ୍କ ପାସ ହାର ୮୭.୨୪ ପ୍ରତିଶତ ରହିଥିବା ବେଳେ ପୁଅଙ୍କ ପାସ ହାର ୭୭.୮୮ ପ୍ରତିଶତ ରହିଛି ।