ଭୁବନେଶ୍ୱର: ଆଜି ଆସୁଛନ୍ତି ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡି । ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସଂଧ୍ୟାରେ ଭେଟିବେ । ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଭେଟଘାଟ ପୂର୍ବରୁ ଦୁଇ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ବୈଠକ । ଲୋକସେବା ଭବନରେ ଉଭୟ ମୁଖ୍ୟସଚିବଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ବହୁ ଉଚ୍ଚାଧିକାରୀ ଉପସ୍ଥିତ ।
ଆଜି ଓଡିଶା ଗସ୍ତରେ ଆସୁଛନ୍ତି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ। ସଂଧ୍ୟାରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ । ସଂଧ୍ୟା ୫ଟାରେ ଲୋକସେବା ଭବନରେ ଲୋକସେବା କନ୍ଭେନ୍ସନ ହଲ୍ରେ ଏହି ବୈଠକ ଅନୁଷ୍ଠିତ ହେବ । ତେବେ ୨ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟରେ ବୈଠକ ପୂର୍ବରୁ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ବୈଠକ ବସିଛି । ଲୋକସେବା ଭବନରେ ୨ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ଆଲୋଚନା ଜାରି ରହିଛି । ଏହି ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଛନ୍ତି ।