ସ୍କ୍ରବ ଟାଇଫସରେ ନୂଆ ୨୦ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ: ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପୁଣି ୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି । ଗତକାଲି ୭୪ ଜଣଙ୍କ ରକ୍ତ ନମୁନା ପରୀକ୍ଷା ହୋଇଥିବା ବେଳେ ୨୦ଜଣଙ୍କର ପଜିଟିଭ ବାହାରିଥିବା କୁହାଯାଉଛି । ତେବେ ଏହାକୁ ମିଶାଇ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି । ଏହି ରୋଗରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣଙ୍କ ଗୁରୁତର ହୋଇ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି ବୋଲି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ରୋଗ ଏକ ନିର୍ଦ୍ଦିଷ୍ଟ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି। ଲକ୍ଷଣ ଜଣା ପଡିଲେ ଡାକ୍ତରଙ୍କ ପରାମର୍ଶ ନେଇ ରକ୍ତ ନମୁନା ପରିକ୍ଷା କରିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି ।