ଭୁବନେଶ୍ଵର: ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଏସ୍ପି ନିଯୁକ୍ତ । ତୁରନ୍ତ ରିଲିଭ୍ କରିବା ପାଇଁ ମୁଖ୍ୟ ସଚିବଙ୍କୁ ଗୃହ ମନ୍ତ୍ରାଳୟର ଚିଠି । ୨୦୧୬ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ସାଗରିକା ନାଥ । ବର୍ତ୍ତମାନ ଖୋର୍ଦ୍ଧା ଏସପି ଭାବେ ସାଗରିକା ନାଥ କାର୍ଯ୍ୟ କରୁଛନ୍ତି । ଏହା ପୂର୍ବରୁ ସେ ବାଲେଶ୍ବର ଏବଂ ସୁନ୍ଦରଗଡ଼ରେ ଏସପି ଭାବେ କାମ କରି ପ୍ରଶଂସା ପାଇଛନ୍ତି ।
୩୭ ବର୍ଷୀୟା ଓଡ଼ିଆ ଆଇପିଏସ୍ ଅଧିକାରୀ ସାଗରିକା ନାଥ ନିଷ୍ଠାପର ସେବା ଓ ସାହସିକତା ପାଇଁ ସାରା ଓଡ଼ିଶାରେ ବେଶ୍ ଚର୍ଚ୍ଚିତ । କମିସନରେଟ୍ ପୁଲିସରେ ଥିବା ବେଳେ ନିଜର ଉତ୍ତମ ବ୍ୟବହାର ଓ ଟ୍ରାଫିକ୍ ନିୟକ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ସାଗରିକା ନାଥ ବର୍ତ୍ତମାନ ଖୋର୍ଦ୍ଧା ଏସ୍ପି ଭାବେ କାର୍ଯ୍ୟ କରୁଛନ୍ତି ।
ସୂଚନାଯୋଗ୍ୟ, ସାଗରିକାଙ୍କ ଘର ଢେଙ୍କାନାଳ ଜିଲ୍ଲାରେ। ସେ ଦାମନଯୋଡ଼ି ଦିଲ୍ଲୀ ପବ୍ଲିକ୍ ସ୍କୁଲ୍ରୁ ମାଟ୍ରିକ୍ ପାସ୍ ପରେ ବିଶାଖାପାଟଣାରେ ଯୁକ୍ତ ଦୁଇ ପଢ଼ିଥିଲେ । ଭୁବନେଶ୍ୱରସ୍ଥିତ ସିଇଟିରୁ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂରେ ଡିଗ୍ରି ହାସଲ କରିବା ପରେ ୟୁପିଏସ୍ସି ସିଭିଲ୍ ସର୍ଭିସେସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ୨୦୧୬ ମସିହାରେ ଆଇପିଏସ୍ ଚାକିରିରେ ଯୋଗଦେଇଥିଲେ।