ଭାଙ୍ଗୁଛି ମାଓଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି: ଛତିଶଗଡ଼ରେ ଆତ୍ମସମର୍ପଣ କଲେ ୨୨ ମାଓବାଦୀ । ବସ୍ତର IG ଓ ନାରଣପୁର ଜିଲ୍ଲା SPଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୧୪ ପୁରୁଷ ଓ ୮ ମହିଳା ଥିବା ନେଇ ସୂଚନା । ମାଓବାଦୀଙ୍କ ନାଁରେ ୩୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା ।

ସୂଚନା ଅନୁସାରେ, ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବସ୍ତର IG ଏବଂ ନାରାୟଣପୁର ଜିଲ୍ଲା SPଙ୍କ ନିକଟରେ ୨୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ନେଇ ସୂଚନା ମିଳିଛି । ଏମାନେ ଦୀର୍ଘ ବର୍ଷ ଧରି ମାଓ ସଙ୍ଗଠନରେ ରହି ଅନେକ ହିଂସାକାଣ୍ଡ ସହ ଜଡ଼ିତ ଥିଲେ। ଏମାନଙ୍କ ମୁଣ୍ଡ ଉପରେ ମୋଟ ୩୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୧୪ ପୁରୁଷ ଥିବାବେଳେ ୮ ଜଣ ମହିଳା ରହିଛନ୍ତି। ତେବେ ମାଓ ସଙ୍ଗଠନର ଆଭିମୁଖ୍ୟ ପ୍ରତି ବିତସ୍ପୃହ ହୋଇ ଆତ୍ମସମର୍ପଣ କରିଥିବା ମାଓବାଦୀମାନେ କହିଛନ୍ତି। ଏମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ଥଇଥାନ କରାଯିବ ଏବଂ ମୁଖ୍ୟସ୍ରୋତରେ ସାମିଲ କରାଯିବ ବୋଲି ବସ୍ତର IG ସୁନ୍ଦର ରାଜ ପି କହିଛନ୍ତି।