୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୦୮୦ ଟଙ୍କା

ଭୁବନେଶ୍ୱର : କାଲି କମିଥିଲା ହେଲେ ପୁଣି ଆଜି ବଢ଼ିଛି ସୁନା ଦର । ବର୍ତ୍ତମାନ ବାହାଘର ସିଜିନ୍ ଥିବାରୁ ସୁନାଦରର ବୃଦ୍ଧି ସୁନା ପ୍ରେମୀଙ୍କ ମୁଣ୍ଡରେ ଚଡ଼କ ପକେଇଛି। ତେବେ ଯଦି ଆପଣ ଆଜି ଦେଖିବେ ଉଭୟ ୨୨ ଓ ୨୪ କ୍ୟାରେଟ୍ ବିଶିଷ୍ଟ ସୁନା ଦର ବଢିଛି। ପ୍ରତ୍ୟେକ କ୍ଷେତ୍ରରେ ୪୦୦ ଟଙ୍କା ଲେଖାଏଁ ବୃଦ୍ଧି ପାଇଛି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୦୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୯୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୦୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୯୦୦ ଟଙ୍କାକୁ ପହଞ୍ଚିଛି ।

ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮, ୦୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯, ୯୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୨୩୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୦୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮, ୦୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯, ୯୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୦୮୦ ଓ ୮୯, ୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୯,୯୦୦ ଟଙ୍କା ହୋଇଛି ।